ବ୍ରଜରାଜନଗର ଉପ ନିର୍ବାଚନ, ମତଦାନ ଜାରି

ବ୍ରଜରାଜନଗର ଉପ ନିର୍ବାଚନ, ମତଦାନ ଜାରି

ବ୍ରଜରାଜନଗର ଉପ ନିର୍ବାଚନ, ମତଦାନ ଜାରି

ଝାରସୁଗୁଡା: ବ୍ରଜରାଜନଗର ଉପନିର୍ବାଚନ ଲାଗି ମତଦାନ ଜାରି ରହିଛି।  ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନର ସମୟ ରହିଛି । ତେବେ ସକାଳ ୯.୩୦ ସୁଦ୍ଧା ମୋଟ ୧୧ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି । 

ବିଭିନ୍ନ ରାଜନୈତିକ ଦଳ ଓ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ମୋଟ ୧୧ ପ୍ରାର୍ଥୀ ପ୍ରତିନ୍ଦ୍ବନ୍ଦ୍ବୀତା କରୁଛନ୍ତି । ୨୭୯ଟି ବୁଥରେ ୨ ଲକ୍ଷ ୧୪ ହଜାର ୮୭୮ ଭୋଟର ନିଜର ମତଦାନ ସାବ୍ୟସ୍ତ କରିବେ । ସେଥିରୁ ୨୨ଟି ନୂଆ ବୁଥ୍, ୩୦ଟି ଆଦର୍ଶ ବୁଥ୍ ଓ ୫ଟି ପିଙ୍କ ବୁଥର ବ୍ୟବସ୍ଥା କରାଯାଇଛି । ୧୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ୨ ଲକ୍ଷରୁ ଅଧିକ ଭୋଟର 

ପ୍ରକାଶ ଥାଉ କି, ଉପନିର୍ବାଚନପାଇଁ ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କରିଛି ବିଜେପି । କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା କିଶୋର ପଟେଲ ଓ ବିଜେଡି ପକ୍ଷରୁ କିଶୋର ମହାନ୍ତିଙ୍କ ପତ୍ନୀଙ୍କୁ ପ୍ରାର୍ଥୀ କରିଛି । ବିଧାୟକ କିଶୋର ମହାନ୍ତିଙ୍କ ବିୟୋଗ ପରେ ଝାରସୁଗଡା ଜିଲ୍ଲାର ଏହି ଗୁରୁତ୍ବପୂର୍ଣ୍ଣ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେଉଛି ।