ଭାରତରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ

ଭାରତରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ

ଭାରତରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ
ଭାରତରେ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ କରାଯାଇଛି। ଜଣେ ବ୍ୟକ୍ତି ଦିଲ୍ଲୀରେ ଆକ୍ରାନ୍ତ ହୋଇଥିବା ବେଳେ ଆଉ ଜଣେ ତେଲେଙ୍ଗାନାରେ ଚିହ୍ନଟ ହୋଇଛନ୍ତି। ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। କରୋନାରେ ଆକ୍ରାନ୍ତ ହୋଇଥିବା ଦିଲ୍ଲୀର ବ୍ୟକ୍ତି ଜଣଙ୍କ ନିକଟରେ ଇଟାଲୀ ଯାଇଥିଲେ। ସେହିପରି ତେଲେଙ୍ଗାନାର ରୋଗୀ ଜଣଙ୍କ ଦୁବାଇ ଯାଇଥିଲେ। ସେଠାରୁ ଫେରିବା ପରେ ଉଭୟ ଥଣ୍ଡା ଜ୍ୱରରେ ପୀଡ଼ିତ ହୋଇଥିଲେ। ପରେ ସେମାନଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଥିଲା।ପରୀକ୍ଷା ପରେ ଉଭୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ଉଭୟଙ୍କୁ ସ୍ୱତନ୍ତ୍ର ୱାର୍ଡରେ ରଖାଯାଇ ଚିକିତ୍ସା ଯୋଗାଇ ଦିଆଯାଉଛି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ତେବେ ଭାରତରେ କରୋନା ଭୂତାଣୁ ପ୍ରବେଶ କରିବା ଖବର ମିଳିବା ପରେ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। କିନ୍ତୁ ସରକାର ଆତଙ୍କିତ ନ ହେବାକୁ ଲୋକଙ୍କୁ ବୁଝାଇଛନ୍ତି।