ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭାରତୀୟ ଦଳକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ୱର : ବ୍ରିସବେନ୍ ବିଜୟ ପରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଷ୍ଟ୍ରେଲିଆ ବିପକ୍ଷରେ ଦଳର ଏହି ଦମଦାର ବିଜୟ ପରେ ନବୀନ ଟୁଇଟ୍ କରି ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ତେବେ ଟୁଇଟ୍ କରି ନବୀନ ଲେଖିଛନ୍ତି ଯେ, ବର୍ଡର-ଗାଭାସ୍କର ଟ୍ରଫି ବଜାୟ ରଖିଥିବାରୁ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା । ଦଳର ଯୁବ ଖେଳାଳିମାନେ ଚମତ୍କାର ପ୍ରଦର୍ଶନ କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟୁଇଟରେ ଉଲ୍ଲେଖ କରିଛନ୍ତି । ଅନ୍ୟପକ୍ଷରେ ଭାରତର ଏହି ଐତିହାସିକ ତଥା ସ୍ମରଣୀୟ ବିଜୟ ପାଇଁ ଟିମ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଟିମ ଇଣ୍ଡିଆର ବଳିଷ୍ଠ ପ୍ରଦର୍ଶନକୁ ମୋଦୀ ତାରିଫ କରିଛନ୍ତି । ଟିମ ଇଣ୍ଡିଆର ପ୍ରଦର୍ଶନରେ ମୁଁ ଆତ୍ମହରା ବୋଲି ମୋଦୀ ଟୁଇଟ କରି ଜଣାଇଛନ୍ତି । ଭାରତର ଏହି ଐତିହାସିକ ତଥା ସ୍ମରଣୀୟ ବିଜୟ ପାଇଁ ପୁରସ୍କାର ଘୋଷଣା କରାଯାଇଛି । ବିସିସିଆଇ ପକ୍ଷରୁ ମୋଟ ୫ କୋଟି ଟଙ୍କାର ବୋନସ ଘୋଷଣା କରାଯାଇଛି । ଏହି ଅର୍ଥରାଶି ଘୋଷଣା ସମ୍ପର୍କରେ ବୋର୍ଡ ସମ୍ପାଦକ ଜୟ ଶାହା ସୂଚନା ଦେଇଛନ୍ତି ।