ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ୍
ପାଟଣା : ଭାରସାମ୍ୟ ହରାଇ ଡିଭାଇଡରରେ ପିଟି ହେଲେ ଟ୍ରକ୍ । ଦୁର୍ଘଟଣାରେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି । ଉଭୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ସୂଚନା ଅନୁସାରେ ଯୋଡ଼ାରୁ ହଳଦିଆକୁ ଆଇରନ ନେଇ ଯାଉଥିବା ଏହି ୪୯ନଂ ରାଜପଥର ସମ୍ପ୍ରସାରଣ ଚାଲିଥିବା ବେଳ ଏକ ଡାଇଭର୍ସନ ପୋଲର ଡିଭାଇଡ଼ରରେ ବାଡେଇ ହୋଇ ଟ୍ରକଟି ଓଲଟି ପଡିଥିଲା । ଏଥିରେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ଗୁରୁତର ଡ୍ରାଇଭରଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରିଛି।