ଭାରସାମ୍ୟ ହରାଇ କେନାଲକୁ ଖସିଲା ବସ୍, ୨ ମୃତ ୩୦ ଗୁରୁତର

ଭାରସାମ୍ୟ ହରାଇ କେନାଲକୁ ଖସିଲା ବସ୍, ୨ ମୃତ ୩୦ ଗୁରୁତର

ଭାରସାମ୍ୟ ହରାଇ କେନାଲକୁ ଖସିଲା ବସ୍, ୨ ମୃତ ୩୦ ଗୁରୁତର

ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ପଞ୍ଚୁବଟି ନିକଟରେ ଗତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ଟୁରିଷ୍ଟ ବସ୍‌ ବ୍ରିଜ ତଳକୁ ଖସି ପଡ଼ିବାରୁ ଘଟଣାସ୍ଥଳରେ ୨ ମହିଳାଙ୍କ ମୃତ୍ୟୁ ହୋଇଛି। ଏହାବାଦ ବସ୍‌ରେ ଥିବା ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଗୁରୁତର ହୋଇଛନ୍ତି।

କେନ୍ଦ୍ରାପଡା ଜିଲ୍ଲା ଇଛାପୁର ଗାଁରୁ ୪୩ ଜଣ ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲା ବୁଲିବା ପାଇଁ ଯାଇଥିଲେ। ଗତ ରାତିରେ ବସ୍‌ଟି ୫୫ନଂ ଜାତୀୟ ରାଜପଥ ସିମିନଈ ପଞ୍ଚୁବଟି ନିକଟରେ ଏକ ବ୍ରିଜ ଅତିକ୍ରମ କରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ବସ୍‌ଟି ବ୍ରିଜ ଉପରେ ଯାଉଥିବା ବେଳେ ଭାରସାମ୍ୟ ହରାଇ ବ୍ରିଜ ସାଇଟ ବାଡା ଭାଙ୍ଗି କେନାଲକୁ ଖସି ପଡ଼ିଥିଲା। ଘଟଣାସ୍ଥଳରେ ହିଁ  କେନ୍ଦ୍ରାପଡା ଇଛାପୁର ଗାଁର ରେଣୁବାଳା ଜେନା ଓ ବିଜୟଲକ୍ଷ୍ମୀ ସ୍ୱାଇଁଙ୍କ  ମୃତ୍ୟୁ ହୋଇଛି।  

ଖବର ପାଇ ତୁରନ୍ତ ପୁଲିସ୍‌, ଅଗ୍ନିଶମ ବାହିନୀ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ରାତିରେ ଏହି ଦୁର୍ଘଟଣା ଘଟିଥିବାରୁ ଉଦ୍ଧାର କାର୍ଯ୍ୟ ସାମାନ୍ୟ ବିଳମ୍ବ ହୋଇଥିଲା।

ତୁରନ୍ତ ପ୍ରାୟ ୩୦ରୁ ଊର୍ଦ୍ଧ୍ୱ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେମାନଙ୍କ ମଧ୍ୟରୁ ଅବସ୍ଥା ସଙ୍କଟାପନ୍ନ ହେବାରୁ ୧୫ ଜଣଙ୍କୁ କଟକ ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସର ତଦନ୍ତ ଜାରି ରଖିଛି।