ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
ପୁରୀ: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ପୁରୀ ନିମାପଡ଼ା ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ପୁରୀ ଜିଲ୍ଲା ନିମାପଡ଼ା ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀଙ୍କ ଘରେ ଆଜି ଭିଜିଲାନ୍ସର ଏକ ଟିମ ଚଢାଉ କରିଛି । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ସହକାରୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ମଧୁବନ ବାସଭବନ ସମେତ ତିନୋଟି ସ୍ଥାନରେ ଭିଜିଲାନ୍ସ ଏକା ସମୟରେ ଚଢାଉ କରିଛି । ସହକାରୀ ଯନ୍ତ୍ରୀ ଲକ୍ଷ୍ମୀଧର ବିଶ୍ୱାଳଙ୍କ ଘରୁ ଅନେକ ଜରୁରୀ କାଗଜପତ୍ର ଦସ୍ତାବିଜ ଓ ସୁନାଗହଣା ମିଳିଥିବା ସହ ବର୍ତ୍ତମାନ ଏହି ସବୁ ସ୍ଥାନରେ ସୁଦ୍ଧା ଯାଂଚ ଜାରି ରହିଛି ।