ମନ୍ତ୍ରୀ ଜ୍ୟୋତି ପ୍ରାଣିଗ୍ରାହୀଙ୍କୁ କରୋନା

ମନ୍ତ୍ରୀ ଜ୍ୟୋତି ପ୍ରାଣିଗ୍ରାହୀଙ୍କୁ କରୋନା

ମନ୍ତ୍ରୀ ଜ୍ୟୋତି ପ୍ରାଣିଗ୍ରାହୀଙ୍କୁ କରୋନା
ଭୁବନେଶ୍ୱର ପୁଣି ଜଣେ ଜନପ୍ରତିନିଧି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେ ହେଉଛନ୍ତି ପର୍ୟ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରହୀ । କରୋନା ସଂକ୍ରମିତ ନେଇ ଶ୍ରୀ ପାଣିଗ୍ରାହୀ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ଶ୍ରୀ ପାଣିଗ୍ରାହୀ ପରାମର୍ଶ ଦେଇଛନ୍ତି । ପ୍ରକାଶ ଯେ, ରାଜ୍ୟରେ କରୋନା ମହାମାରୀ ଏବେ କିଛି ଶୁଣୁନାହିଁ । ଏବେ ଦିନକୁ ଶହ ଶହ ସଂଖ୍ୟାରେ ସଂକ୍ରମିତ ବାହାରୁଛନ୍ତି । ରାଜ୍ୟରେ ପରିସ୍ଥିତି ଏପରି ହେଲାଣି ଯେ, ସଂକ୍ରମଣ ଦିନ କେଇଟାରେ ସବୁ ଅଙ୍କକୁ ଓଲଟପାଲଟ କରିଦେଇଛି । ପୂର୍ବରୁ ଜଣେ ଆକ୍ରାନ୍ତ ବାହାରିଲେ ତା’ର ଠିକଣା ଖୋଜି ଲୋକେ ତୁଣ୍ଡରେ ଘୋଷି ଦେଉଥିଲେ । ଏବେ ଆକ୍ରାନ୍ତଙ୍କ ସଂଖ୍ୟା ଆଉ ଗଣି ହେଉନାହିଁ । ସବୁଠାରୁ ବଡ଼ କଥା ହେଲା ଏବେ ସବୁ ବର୍ଗର ଲୋକେ ସଂକ୍ରମିତ ହୋଇସାରିଲେଣି । ସାଧାରଣ ଲୋକଙ୍କ ଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ୟ୍ୟନ୍ତ, ଏମିତିକି ଡାକ୍ତର, ପୁଲିସ, ଯବାନଙ୍କୁ ମଧ୍ୟ କରୋନା ଛାଡ଼ି ନାହିଁ ।