ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରମେଶ ପୋଖରିଆଲ ନିଶ

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରମେଶ ପୋଖରିଆଲ ନିଶ

ମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରମେଶ ପୋଖରିଆଲ ନିଶ

ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀମଣ୍ଡଳର ସମ୍ପ୍ରସାରଣ କରିବେ । ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ସଂଧ୍ୟା ୬ଟାରେ ଶପଥ ଗ୍ରହଣ ସମାରୋହ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ମୋଦୀଙ୍କ ମନ୍ତ୍ରୀମଣ୍ଡଳରେ କିଛି ନୂଆ ମନ୍ତ୍ରୀ ସାମିଲ ହେବା ଓ କିଛି ମନ୍ତ୍ରୀ ବାଦ ପଡ଼ିବା ନେଇ ଚର୍ଚ୍ଚା ଜୋର ଧରିଛି । ତେବେ ଏହା ଭିତରେ ପୁଣି  ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା କେନ୍ଦ୍ରମନ୍ତ୍ରିମଣ୍ଡଳରୁ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ଇସ୍ତଫା ଦେଇଛନ୍ତି । ତାଙ୍କ ଇସ୍ତଫା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି ।   ସେହିପରି ସନ୍ତୋଷ ଗଙ୍ଗୱାର ଇସ୍ତଫା ଦେଇଥିବା ଜଣାଯାଇଛି ।  ଶ୍ରମମନ୍ତ୍ରୀ  ସନ୍ତୋଷ ଗଙ୍ଗୱାରଙ୍କ ଇସ୍ତଫାନେଇ ପିଟିଆଇ ସୂତ୍ରରୁ ଜଣାଯାଇଛି । 

ଅନ୍ୟପକ୍ଷରେ ମୋଦୀଙ୍କ ଟିମରେ ୨୩ ଜଣ ନୂଆ ମନ୍ତ୍ରୀ ସାମିଲ ହୋଇପାରନ୍ତି ।  ରାଷ୍ଟ୍ରପତି ଭବନକୁ ୨୩ ଜଣଙ୍କ ନାମ ଯାଇଥିବା ସୂଚନା ମିଳିଛି ।  ତନ୍ମଧ୍ୟରୁ ଜ୍ୟୋତିରାନ୍ଦିତ୍ୟ ସିନ୍ଧିଆ, ସର୍ବାନନ୍ଦ ସୋନୱାଲ, ପଶୁପତି ପାରସ, ନାରାୟଣ ରାଣେ, ଭୂପେନ୍ଦ୍ର ଯାଦବ, ଅନୁପ୍ରିୟା ପଟେଲ, ମିନାକ୍ଷୀ ଲେଖି ଓ ଅଶ୍ୱିନ ବୈଷ୍ଣବଙ୍କ ନାମ ସାମିଲ ଥିବା ଜଣାଯାଇଛି । ସେହିପରି ରାଷ୍ଟ୍ରମନ୍ତ୍ରୀ ଥିବା ୩ ଜଣଙ୍କୁ କ୍ୟାବିନେଟ ପାହ୍ୟା ମିଳିବା ନେଇ ମଧ୍ୟ ସୂଚନା ମିଳିଛି  । ଏମାନଙ୍କ ନାମ ରାଷ୍ଟ୍ରପତିଙ୍କ ଅନୁମୋଦନ ପାଇଁ ଯାଇଥିବା ଜଣାଯାଇଛି । 

ଆଜି ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରାଯିବାନେଇ ଏବେ ଠୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ନେତାଙ୍କ ଭିଡ଼ ଜମିବାରେ ଲାଗିଛି ।  ସେଭେନ ଲୋକକଲ୍ୟାଣ ମାର୍ଗସ୍ଥିତ ପ୍ରଧାନମନ୍ତ୍ରୀଙ୍କ ଘରେ ଭିଡ଼ ଧୀରେ ଧୀରେ ଭିଡ଼ ହେବାରେ ଲାଗିଛି । ନୂଆ ମନ୍ତ୍ରୀମଣ୍ଡଳରେ ମନ୍ତ୍ରୀ ପଦ ପାଇବା ନେଇ ଚର୍ଚ୍ଚାରେ ଥିବା ନେତା ମୋଦୀଙ୍କ ବାସଭବନରେ ପହଞ୍ଚୁଥିବା ଜଣାଯାଇଛି ।