ମନ୍ତ୍ରୀଙ୍କ ଇସ୍ତଫା ଦାବି, ରାସ୍ତାକୁ ଓହ୍ଲାଇଲା ବିଜେପି

ମନ୍ତ୍ରୀଙ୍କ ଇସ୍ତଫା ଦାବି, ରାସ୍ତାକୁ ଓହ୍ଲାଇଲା ବିଜେପି

ମନ୍ତ୍ରୀଙ୍କ ଇସ୍ତଫା ଦାବି, ରାସ୍ତାକୁ ଓହ୍ଲାଇଲା ବିଜେପି
ଭୁବନେଶ୍ୱର: ନୟାଗଡ଼ ପରୀ ହତ୍ୟା ମାମଲାକୁ ନେଇ ଏବେ ଅଡ଼ୁଆରେ କୃଷିମନ୍ତ୍ରୀ ଅରୁଣ ସାହୁ । ଏହି ମାମଲାକୁ ନେଇ ବିଧାନସଭା ହୁଲସ୍ତୁଲ ହେଉଥିବାବେଳେ ବିରୋଧୀ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ଅଡ଼ିବସିଛନ୍ତି । ବିଧାନସଭା ଭିତରେ ଓ ବାହାରେ ବି ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବି ଜୋର ଧରିଛି । ଏହି ପରିପ୍ରେକ୍ଷୀରେ ପରୀକୁ ନ୍ୟାୟ ଦାବିରେ ବିଜେପି ରାଜରାସ୍ତାକୁ ଓହ୍ଲାଇଛି । ବିଜେପି କର୍ମୀମାନେ ରାଜ୍ୟ କାର୍ୟ୍ୟାଳୟରୁ ଏକ ଶୋଭାଯାତ୍ରାରେ ବାହାରି ବିଧାନସଭା ଅଭିମୁଖେ ବାହାରିଥିବା ଜଣାଯାଇଛି । ପରୀକୁ ନ୍ୟାୟ ଓ ମନ୍ତ୍ରୀ ଶ୍ରୀ ସାହୁଙ୍କ ଇସ୍ତଫା ଦାବିରେ ବିକ୍ଷୋଭ କରାଯାଇଛି । ଏହି ମାମଲାର ସିବିଆଇ କିମ୍ବା ଏସଆଇଟି ତଦନ୍ତ କରାଯିବାକୁ ବିଜେପି ପକ୍ଷରୁ ଦାବି କରାଯାଇଛି ।