ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ମୃତ
ମୋରାଦାବାଦ: ଆଗ୍ରା-ମୋରାଦାବାଦ ରାଜପଥରେ ଶନିବାର ଏକ ସଡ଼କ ଦୁର୍ଘଟଣାରେ ପ୍ରାୟ ୧୦ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ୨୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଘନ କୁହୁଡ଼ି ମଧ୍ୟରେ ଗୋଟିଏ ବସ୍‌ ଓ ଟ୍ରକ୍‌ ପରସ୍ପର ସହ ଧକ୍କା ଖାଇବା ସହ ଅନ୍ୟ ଏକ ଗାଡ଼ି ଆସି ସେମାନଙ୍କ ସହ ଧକ୍କା ଖାଇବାରୁ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିମାନଙ୍କ ନିକଟ ସମ୍ପର୍କୀୟଙ୍କ ଲାଗି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ଅର୍ଥରାଶି ଘୋଷଣା କରିଛନ୍ତି। ସେହିଭଳି, ଆହତମାନଙ୍କୁ ମଧ୍ୟ ୫୦ ହଜାର ଟଙ୍କାର ଲେଖାଏଁ ସହାୟତା ଦିଆଯିବ। ଆହତମାନଙ୍କୁ ସବୁ ପ୍ରକାର ଚିକିତ୍ସା ସହାୟତା ଯୋଗାଇ ଦେବାକୁ ସେ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି।