ମହିଳା ଟି-୨୦ ବିଶ୍ବକପ : ଅଷ୍ଟ୍ରେଲିଆ ଚାମ୍ପିଅନ
କେପଟାଉନ: ପୁଣି ଅଷ୍ଟ୍ରେଲିଆ ମହିଳା ଟି-୨୦ ବିଶ୍ବକପ ଚାମ୍ପିଅନ। ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୧୯ରନରେ ହରାଇ ଚାମ୍ପିଅନ ହେଲା ଅଷ୍ଟ୍ରେଲିଆ। ଟି-୨୦ ଫର୍ମାର୍ଟରେ ଷଷ୍ଠ ଥର ପାଇଁ ଚାମ୍ପିଅନ ହେଲା ଅଷ୍ଟ୍ରେଲିଆ।
ରବିବାର ମହିଳା ଟି-୨୦ ବିଶ୍ବକପ୍ର ଫାଇନାଲ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଉଭୟ ବ୍ୟାଟିଂ ଓ ବୋଲିଂରେ ଦମଦାର ପ୍ରଦର୍ଶନ କରିଛି। କେପଟାଉନ୍ ନ୍ୟୁଲାଣ୍ଡ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ଆୟୋଜକ ଦକ୍ଷିଣ ଆଫ୍ରିକାକୁ ୧୯ ରନ୍ରେ ପରାସ୍ତ କରିଛି। ଏଥି ସହିତ ଅଷ୍ଟ୍ରେଲିଆ ୬ଷ୍ଠ ଥର ପାଇଁ ବିଶ୍ବ ଚାମ୍ପିଅନ୍ ହେବାର ଗୌରବ ହାସଲ କରିଛି।
ଅଷ୍ଟ୍ରେଲିଆ ଟିମ୍ ଟସ୍ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ ୱିକେଟ୍ ହରାଇ ୧୫୬ ରନ୍ ସଂଗ୍ରହ କରିଥିଲା।
୧୫୭ ରନ୍ର ବିଜୟ ଲକ୍ଷ୍ୟ ନେଇ ଦ୍ବିତୀୟ ପାଳି ଖେଳିଥିବା ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ୨୦ ଓଭରରେ ୬ଟି ୱିକେଟ୍ ହରାଇ ୧୩୭ ରନ୍ ସଂଗ୍ରହ କରିବାରେ ସଫଳ ହୋଇଥିଲା।




admin 