ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ କଟକଣା

ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ କଟକଣା

ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ କଟକଣା

ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି କରାଯାଏ । ବନକଲାଗି ନୀତିରେ ଦତ୍ତମହାପାତ୍ର ସେବକମାନେ ଗୋଷ୍ଠୀଗତ ଭାବେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବେ । ବନକଲାଗି ନୀତି ସମୟରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ । ଏହି ନୀତି ପାଇଁ ସାଧାରଣତଃ ୩ରୁ ୪ ଘଣ୍ଟା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥାଏ।

ଏହି ନୀତିରେ ପାଳିଆ ପୂଜାପଣ୍ଡା, ପାଳିଆ ଖୁଣ୍ଟିଆ, ଗରାବଡୁ, ପାଳିଆ ପୁଷ୍ପାଳକ, ଚାଙ୍ଗଡ଼ା ମେକାପ, ମୁଦୁଲି ଆଦି ସେବକଙ୍କର ମଧ୍ୟ ଭୂମିକା ରହିଛି । ବନକଲାଗି ନୀତି ପରେ ମହାସ୍ନାନ ହୋଇ ପୁଣି ଦର୍ଶନ ସ୍ୱଭାବିକ ଚାଲିବ । ବୁଧବାର ଠାକୁରଙ୍କ ନୀତିକୁ ନେଇ ବନକଲାଗି ଓ ଦର୍ଶନ ସମୟ ଧାର୍ୟ୍ୟ କରାଯିବ।