ମାତୃଭାଷାରେ ଶିକ୍ଷାଦାନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳ ବିଚାରଧାରା ଏବଂ ଦକ୍ଷତା ବିକଶିତ କରିବ : ରାଷ୍ଟ୍ରପତି

ମାତୃଭାଷାରେ ଶିକ୍ଷାଦାନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳ ବିଚାରଧାରା ଏବଂ ଦକ୍ଷତା ବିକଶିତ କରିବ : ରାଷ୍ଟ୍ରପତି

ମାତୃଭାଷାରେ ଶିକ୍ଷାଦାନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳ ବିଚାରଧାରା ଏବଂ ଦକ୍ଷତା ବିକଶିତ କରିବ : ରାଷ୍ଟ୍ରପତି

ଭୁବନେଶ୍ୱର : ମାତୃଭାଷା ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୌଦ୍ଧିକ ଜ୍ଞାନ ବିକଶିତ କରିଥାଏ, ଏଥିରେ କୌଣସି ସନ୍ଦେହ ନାହିଁ । ମାତୃଭାଷାରେ ଶିକ୍ଷାଦାନ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସୃଜନଶୀଳ ବିଚାରଧାରା ଏବଂ ଦକ୍ଷତା ବିକଶିତ କରିବ ବୋଲି ଶୁକ୍ରବାର ‘ଜାତୀୟ ଶିକ୍ଷା ଦିବସ’ ଅବସରରେ ଭୁବନେଶ୍ୱରସ୍ଥିତ ଜୟଦେବ ଭବନଠାରେ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦବୋଧନ ଦେଇଛନ୍ତି ।
ଓଡ଼ିଆ ଇଞ୍ଜିନିୟରିଂ ପୁସ୍ତକ ଓ ଅନ୍ୟାନ୍ୟ ଉପକ୍ରମକୁ ଶୁଭାରମ୍ଭ କରିବା ଅବସରରେ ମାନ୍ୟବର ରାଷ୍ଟ୍ରପତି କହିଛନ୍ତି ଯେ, ଓଡ଼ିଆ ଏକ ପ୍ରାଚୀନ ଏବଂ ସମୃଦ୍ଧ ଭାଷା । ଏହାର ଏକ ଅଭିନବ ସାହିତ୍ୟ ପରମ୍ପରା ଏବଂ ସମୃଦ୍ଧ ଶବ୍ଦ ଭଣ୍ଡାର ରହିଛି । ତେଣୁ ଓଡ଼ିଆ ଭାଷାରେ ବୈଷୟିକ ଶିକ୍ଷା ପାଇବା କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ଶିକ୍ଷା ହେଉଛି ସଶକ୍ତିକରଣର ଏକ ମାଧ୍ୟମ । ଆମ ଦେଶର ପ୍ରତ୍ୟେକ ଶିଶୁ ପ୍ରତ୍ୟେକ ସ୍ତରରେ ଯେପରି ଶିକ୍ଷାର ଲାଭ ପାଇପାରିବ ଆମେ ତାହା ସୁନିଶ୍ଚିତ କରିବା ଉଚିତ୍। ବିନା କୌଣସି ବାଛବିଚାରରେ ସମସ୍ତଙ୍କ ପାଖରେ ଶିକ୍ଷା ଉପଲବ୍ଧ କରାଇବା ପାଇଁ ଆମେ ଯଥାସମ୍ଭବ ପ୍ରୟାସ କରିବା ଉଚିତ୍‌ ।
କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଆଜିର ଦିନ ଓଡ଼ିଆ ଜନମାନସ ଓ ଓଡ଼ିଆ ଭାଷା ପାଇଁ ସ୍ମରଣୀୟ ଦିନ ହୋଇ ରହିବ । ଏଭଳି ଏକ ସାରସ୍ୱତ ସମାରୋହରେ ଜଣେ ଓଡ଼ିଆ ଭାବେ ମାନ୍ୟବର ରାଷ୍ଟ୍ରପତି ଅଖିଳ ଭାରତୀୟ ବୈଷୟିକ ଶିକ୍ଷା ପରିଷଦ (ଏଆଇସିଟିଇ) ଏବଂ ଓଡ଼ିଆ ଅଧ୍ୟୟନ ଓ ଗବେଷଣା କେନ୍ଦ୍ର (ଆଇଓଏସଆର) ର ମିଳିତ ଉଦ୍ୟମରେ ପ୍ରସ୍ତୁତ ଓଡ଼ିଆ ଭାଷାରେ ଇଞ୍ଜିନିୟରିଂ ପୁସ୍ତକ ସମୂହ, ଭାରତୀୟ ଭାଷାରେ ଜ୍ଞାନ ପୋର୍ଟାଲ ‘ଇ-କୁମ୍ଭ‘ ଏବଂ ବିଜ୍ଞାନ ଓ ବୈଷୟିକ ଜ୍ଞାନ ଭାଷାକୋଷ (ସିଏସଟିଟି) ଦ୍ୱାରା ବିକଶିତ ଯାନ୍ତ୍ରିକ ଶବ୍ଦକୋଷକୁ ଉନ୍ମୋଚନ ହେବା ଓଡିଆଙ୍କ ପାଇଁ ଗୌରବର ବିଷୟ । ‘ଜାତୀୟ ଶିକ୍ଷା ଦିବସ’ ଅବସରରେ ମାର୍ଗଦର୍ଶନ ଦେବା ପାଇଁ ମାନ୍ୟବର ରାଷ୍ଟ୍ରପତିଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି ।