ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନୀତୀଶ

ପାଟନା: ଜେଡ଼ିୟୁ ନେତା ନୀତୀଶ କୁମାର ଅଷ୍ଟମଥର ପାଇଁ ବିହାରରର ମୁଖ୍ୟମନ୍ତ୍ରୀ ହେବେ । ଆଜି ନୀତୀଶ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ନେବେ । ନୀତୀଶ ପ୍ରଥମଥର ପାଇଁ ୨୦୦୦ମାର୍ଚ୍ଚ ୧ରେ ବିହାର ମୁଖ୍ୟମନ୍ତ୍ରୀ ହୋଇଥିଲେ ।

ଏହାପରେ ୨୦୦୫ ନଭେମ୍ବର ୨ରେ ଦ୍ୱିତୀୟ ଥର, ୨୦୧୦ ନଭେମ୍ବର ୩ରେ ତୃତୀୟ ଥର, ୨୦୧୫ ଫେବ୍ରୁଆରି ୪ରେ ଚତୁର୍ଥ ଥର, ୨୦୧୫ ନଭେମ୍ବର ୫ରେ ପଞ୍ଚମ ଥର, ୨୦୧୭ ଜୁଲାଇ ୬ରେ ଷଷ୍ଠ ଥର ଏବଂ ୨୦୨୦ ନଭେମ୍ବର ୭ରେ ସପ୍ତମ ଥର ପାଇଁ ମୁଖ୍ୟମନ୍ତ୍ରୀ ପଦଭାର ଗ୍ରହଣ କରିଥିଲେ ।