ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା

ମୁଖ୍ୟମନ୍ତ୍ରୀଙ୍କ କରୋନା ସମୀକ୍ଷା
ଭୁବନେଶ୍ୱର: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣ ମୁକାବିଲା ପାଇଁ ତତ୍ପର ହୋଇଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଦିନକୁ ଦିନ କରୋନ ସଂଖ୍ୟା ବଢିବାରେ ଲାଗିଛି । କରୋନା ସଂକ୍ରମଣର ଦ୍ୱିତୀୟ ଲହରୀ ଆଶଙ୍କା କରାଯାଉଛି । ଆଜି ରାଜ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ସ୍ଥିତି ସମୀକ୍ଷା କରୁଛନ୍ତି । ଭିଡିଓ କନଫରେନସିଂ ଜରିଆରେ ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ , ଏସପି ମାନଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଛନ୍ତି । ମୁଖ୍ୟ ଶାସନ ସଚିବ , ଏସଆରସି , ସ୍ୱାସ୍ଥ୍ୟ ବିଭାଗ ଏସଏସି ଉପସ୍ଥିତ ରହିଛନ୍ତି ।