ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ କରୋନା ପଜେଟିଭ ଚିହ୍ନଟ।

ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ କରୋନା ପଜେଟିଭ ଚିହ୍ନଟ।

ମୁଖ୍ୟମନ୍ତ୍ରୀଙ୍କ ବାସଭବନରୁ କରୋନା ପଜେଟିଭ ଚିହ୍ନଟ।
ଅନ୍ୟ ଦେଶ ମାନଙ୍କ ଭଳି ଆମ ଦେଶରେ ମଧ୍ୟ କରୋନା ଭାଇରସରେ ମୃତ୍ୟୁ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ସରକାରୀ ବାସଭବନରେ ନିଯୁକ୍ତ ହୋଇଥିବା ପୋଲିସ କର୍ମଚାରୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି । ଉଦ୍ଧବ ଠାକରେଙ୍କ ବାସଭବନର ନାମ ହେଉଛି ବର୍ଷା । ରିପୋର୍ଟ ଆସିବା ପରେ ୬ ପୋଲିସ ଅଧିକାରୀଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି । ଏନେଇ ମୁମ୍ବାଇ ପୋଲିସ ସୂଚନା ଦେଇଛି । ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାର ରୁ ଅଧିକ ହୋଇଥିବା ବେଳେ କେବଳ ମହାରାଷ୍ଟ୍ରରେ ୬ହଜାରୁ ଅଧିକ ଲୋକ ସଂକ୍ରମିତ ହୋଇଛନ୍ତି ।