ମୋଦିଙ୍କ ଶପଥ ଉତ୍ସବକୁ ଯିବେ ନବୀନ

ମୋଦିଙ୍କ ଶପଥ ଉତ୍ସବକୁ ଯିବେ ନବୀନ

ମୋଦିଙ୍କ ଶପଥ ଉତ୍ସବକୁ ଯିବେ ନବୀନ
ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଦ୍ୱିତୀୟ ଇନିଂସ ଆରମ୍ଭ କରିବାକୁ ଯାଇଥିବାବେଳେ ତାଙ୍କର ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ଜଣାପଡିଛି । ସରକାରୀ ସୂତ୍ରରୁ ମିଳିଥିବା ସୂଚନାକୁ ଆଧାର କରି କେତେକ ଜାତୀୟ ଗଣମାଧ୍ୟମରେ ଏହି ରିପୋର୍ଟ ପ୍ରକାଶିତ ହୋଇଛି । ଏହି ରିପୋର୍ଟରେ କୁହାଯାଇଛି କି ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଛି । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଉତ୍ସବରେ ଯୋଗ ଦେବେ ବୋଲି ସ୍ୱୀକୃତି ଦେଇଛନ୍ତି ତାଙ୍କ ବ୍ୟତୀତ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନର୍ଜୀ, ତେଲଙ୍ଗାନାର ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଏଚ ଡି କୁମାରସ୍ୱାମୀ ଏବଂ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ୱାଇ ଏସ ଜଗମୋହନ ରେଡ୍ଡି ବି ଏଥିରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହା ସହିତ ତାମିଲ ସୁପରଷ୍ଟାର ରଜନୀକାନ୍ତ ଏହି ଉତ୍ସବରେ ଯୋଗ ତେବେ ବୋଲି ସେ ନିଜେ ସାର୍ବଜନୀନ ଭାବେ ଘୋଷଣା କରିଛନ୍ତି ।