ରବିବାର ଘରୁ ବାହାରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରବିବାର ଘରୁ ବାହାରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ରବିବାର ଘରୁ ବାହାରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନତା କର୍ଫ୍ୟୁକୁ ସମର୍ଥନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୨୨ ତାରିଖ ରବିବାର ରାଜ୍ୟବାସୀ ଘରୁ ନ ବାହାରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ସମଗ୍ର ବିଶ୍ୱରେ ମହାମାରୀ କରୋନା ଆତଙ୍କ ସୃଷ୍ଟି କରିଥିଲା ବେଳେ ଦେଶବାସୀ ରବିବାର ସକାଳ ୭ ରୁ ରାତି ୯ଟା ଯାଏ ଘରୁ ନ ବାହାରିବାକୁ ଅନୁରୋଧ କରିଛନ୍ତି । ନବୀନ ଏ ଅବସରରେ କହିଛନ୍ତି, ଅସାଧାରଣ ପରିସ୍ଥିତି ପାଇଁ ଅସାଧାରଣ ମୁକାବିଲାର ଆବଶ୍ୟକତା ରହିଛି । କରୋନା ମୁକାବିଲା ହେଉଛି ସମଗ୍ର ମାନବ ଜାତି ପାଇଁ ଆହ୍ୱାନ । ସାମାଜିକ ଦୂରତା ପାଇଁ ରାଜ୍ୟବାସୀ ପ୍ରଧାନମନ୍ତ୍ରୀଙ୍କ ଏ ଅଭିନବ ଆହ୍ୱାନକୁ ସମର୍ଥନ କରିବାକୁ ଅନୁରୋଧ କରିଛନ୍ତି ।