ରାଜଭବନରେ ମହାପ୍ରସାଦ ଖାଇବେ ରାଷ୍ଟ୍ରପତି

ରାଜଭବନରେ ମହାପ୍ରସାଦ ଖାଇବେ ରାଷ୍ଟ୍ରପତି

ରାଜଭବନରେ ମହାପ୍ରସାଦ ଖାଇବେ ରାଷ୍ଟ୍ରପତି

ଭୁବନେଶ୍ବର: ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମହାମହିମ ରାଷ୍ଟ୍ରପତି । ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ପାଇଁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ମେୟର ପ୍ରମୁଖ ଉପସ୍ଥିତ ରହିଥିଲେ । ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯିବା ପରେ ସେ ପୁରୀ ଯାଇଛନ୍ତି । ସୁରକ୍ଷା ବ୍ୟବସ୍ଥା ପାଇଁ ଭୁବନେଶ୍ବର ଡିସିପିଙ୍କ ନେତୃତ୍ବରେ ମୁତୟନ ହୋଇଛନ୍ତି ୩୪ ପ୍ଲାଟୁନ ପୋଲିସ ।

ଦାୟିତ୍ବରେ ରହିଛନ୍ତି ୨୦୦ ବରିଷ୍ଠ ଅଧିକାରୀ, ୪ ଡିସିପି, ୨୨ ଅତିରିକ୍ତ ଡିସିପି, ୬୨ ଡିଏସପି, ୨୦୦ ଏସଆଇ-ଏଏସଆଇ ଓ ଡଗ ସ୍କ୍ବାଡ ନିୟୋଜିତ ହୋଇଛନ୍ତି । ପରେ ଭୁବନେଶ୍ବର ବିମାନ ବନ୍ଦରରୁ ରାଷ୍ଟ୍ରପତି ସ୍ବତନ୍ତ୍ର ବିମାନରେ ପୁରୀ ଗସ୍ତରେ ଯାଇ ତାଳବଣିଆ ହେଲିପ୍ୟାଡରେ ଅବତରଣ କରିଛନ୍ତି । ସେଠାରୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶ୍ରୀମନ୍ଦିର ଗର୍ଭଗୃହରେ ମହାପ୍ରଭୁଙ୍କ ଦର୍ଶନ କରି ବେଢା ପରିକ୍ରମା କରିବେ ।

୪୫ ମିନିଟର ଦର୍ଶନ କାର୍ୟ୍ୟକ୍ରମ ପରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ରାଷ୍ଟ୍ରପତି । ରାଜଭବନରେ ରହିଛି ମହାପ୍ରସାଦ ସେବନ ବ୍ୟବସ୍ଥା । ସୁରକ୍ଷା ଲାଗି ୨୪ ପ୍ଲାଟୁନ ପୋଲିସ ଫୋର୍ସ, ୫ କମାଣ୍ଡାଣ୍ଟ, ୭ ଅତିରିକ୍ତ ଏସପି, ୧୮ ଡିଏସପି, ୩୦ ଇନ୍ସପେକ୍ଟର, ୧୧୦ ଏଏସଆଇ ଓ ଏସଆଇ ମୁତୟନ ହୋଇଛନ୍ତି ।
ପୁରୀରୁ ଫେରିବା ପରେ ମହାମହିମ ଭୁବନେଶ୍ବରର ଏକାଧିକ ଛକରେ ଥିବା ବରପୁତ୍ରଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରି ରାଜଭବନରେ ସିଭିକ୍ ରିସେପସନ କାର୍ୟ୍ୟକ୍ରମରେ ଯୋଗଦେବେ ।

୧୧ ତାରିଖରେ ଖଣ୍ଡଗିରି ତପୋବନ ହାଇସ୍କୁଲ, ୟୁନିଟ-୨ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଓ କୁନ୍ତଳା କୁମାରୀ ସାବତ ଆଦିବାସୀ ଛାତ୍ରୀ ନିବାସ ପରିଦର୍ଶନ କରିବେ । ଜୟଦେବ ଭବନରେ ସର୍ବଭାରତୀୟ ବୈଷୟିକ ଶିକ୍ଷା ପରିଷଦର କାର୍ୟ୍ୟକ୍ରମ ଯୋଗଦେବେ । ପରେ ଦିଲ୍ଲୀ ପ୍ରତ୍ୟବର୍ତ୍ତନ କରିବେ ।