ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କ ପରଲୋକ : ମୁଖ୍ୟମନ୍ତ୍ରୀଙ୍କ ସମେତ ବିଭିନ୍ନ ବ୍ୟକ୍ତିଙ୍କ ଶୋକ
ରାଜ୍ୟପାଳଙ୍କ ଧର୍ମପତ୍ନୀଙ୍କ ପରଲୋକ : ମୁଖ୍ୟମନ୍ତ୍ରୀଙ୍କ ସମେତ ବିଭିନ୍ନ ବ୍ୟକ୍ତିଙ୍କ ଶୋକ
admin
Nov 23, 2020 - 05:12
Updated: Nov 23, 2020 - 05:12
ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ପରଲୋକ ଘଟିଛି।ଗତ ନଭେମ୍ବର ୧ ତାରିଖରୁ ସୁଶିଳା ଦେବୀ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ।ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସୁଶିଳା ଦେବୀଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ସୁଶିଳା ଦେବୀଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ଜଣେ ଧର୍ମପ୍ରିୟ, ପରୋପକାରୀ ମହିଳା ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାସହ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।
ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଏବଂ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ମଧ୍ୟ ସୁଶିଳା ଦେବୀଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶାର ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜୀଙ୍କ ଧର୍ମପତ୍ନୀ ସୁଶିଳା ଦେବୀଙ୍କ ବିୟୋଗ ଖବର ଶୁଣି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ବ୍ୟକ୍ତ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ବର୍ଗକୁ ଅସୀମ ଧୈର୍ୟ୍ୟ ଓ ସାହାସ ପ୍ରଦାନ କରିବା ସହ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି ଧର୍ମେନ୍ଦ୍ର।