ରାଜ୍ୟର ୨୪ ଘଣ୍ଟାରେ ୯ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟର ୨୪ ଘଣ୍ଟାରେ ୯ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର : ଗତକାଲି ରାଜ୍ୟରେ ମାତ୍ର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ। ଆଜି ରାଜ୍ୟରେ ଦିନକରେ ଆଉ ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ୪ ଜିଲ୍ଲା ଓ ଷ୍ଟେଟ ପୁଲରୁ ଏହି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬ ଓ ସ୍ଥାନୀୟ ଅଞ୍ଚଳରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୯୮୯କୁ ବୃଦ୍ଧି ପାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥି ସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୨ ଲକ୍ଷ ୭୮ ହଜାର ୭୨୯ରେ ପହଞ୍ଚିଛି।
ରାଜ୍ୟର ୨୬ ଜିଲ୍ଲା କରୋନା ମୁକ୍ତ ରହିଛି ମାତ୍ର ୪ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ଏକ ଅଙ୍କରେ ସିମୀତ ରହିଛି । ଅନ୍ୟପକ୍ଷରେ ଚିକିତ୍ସାଧୀନ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ରହିଛି।




admin 