ରାଜ୍ୟରେ ଦୁର୍ବଳ ମୌସୁମୀ ସ୍ଥିତି
ରାଜ୍ୟରେ ଦୁର୍ବଳ ମୌସୁମୀ ସ୍ଥିତି
ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ସ୍ଥିତି ଦୁର୍ବଳ । ଆସନ୍ତା ୪ ଦିନ ବିଶେଷ ବର୍ଷାର ସମ୍ଭାବନା ନାହିଁ । ଅଗଷ୍ଟ ୫ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗବିତ୍ ପୂର୍ବାନୁମାନ କରିଛନ୍ତି ।
ଏବେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ସ୍ଥିତିରେ ଅଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧.୧ ମିମି ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି । ଯାହା ସ୍ୱାଭାବିକ ବର୍ଷା ୧୪ ମିମି ତୁଳନାରେ ୯୨% କମ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି । ମୌସୁମୀ ଜନିତ ଲଘୁଚାପ ଏହାର ସ୍ୱାଭାବିକ ଅବସ୍ଥିତିଠାରୁ ଉତ୍ତରରେ ରହୁଥିବାରୁ, ରାଜ୍ୟରେ ମୌସୁମୀ ସ୍ଥିତି ଦୁର୍ବଳ ରହିଛି।ଯାହାର ପ୍ରଭାବରେ ଦିନ ତାପମାତ୍ରାରେ ବୃଦ୍ଧି ସହ, ଜଳୀୟବାଷ୍ପ ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି କେତକ ଅଞ୍ଚଳରେ କାଁ ଭାଁ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।




admin 