ରାଜ୍ୟରେ ଅନେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା

ରାଜ୍ୟରେ ଅନେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା

ରାଜ୍ୟରେ ଅନେକ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା
ଭୁବନେଶ୍ୱର : ସୋମବାର ୪ଟା ୩୦ରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ଏକ ସତର୍କତାମୂଳକ ଚେତାବନୀ ଦିଆଯାଇଛି । ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ମାଲକାନାଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀରର କେତେକ ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି । ତିନି ଘଂଟା ମଧ୍ୟରେ ଏଭଳି ବଜ୍ରପାତ ସହ ୩୦ରୁ ୪୦ କିମି ବେଗରେ କାଳବୈଶାଖୀ ପବନ ହେବାର ବି ଆଶଙ୍କା ରହିଛି । ଏହାଛଡ଼ା କେତେକ ସ୍ଥାନରେ ହାଲକା ବର୍ଷା ହେବାର ସମ୍ଭାବନା ରହିଛି । ରାତି ୮ଟା ଭିତରେ ଏହି ସବୁ ଜିଲ୍ଲାରେ ବଜ୍ରପାତର ଆଶଙ୍କା ଥିବାରୁ ଲୋକମାନଙ୍କୁ ସତର୍କ କରିଦିଆଯାଇଛି । ନିହାତି କାମ ନଥିଲେ ଏହି ସମୟରେ ପଦାକୁ ନବାହାରିବାକୁ କୁହାଯାଇଛି । ଯଦି ସେଭଳି କିଛି କାର୍ଯ୍ୟ ଥାଏ ତେବେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ନିରାପଦ ସ୍ଥାନରେ ରହିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି ।