ରାଜ୍ୟରେ ଆଉ ୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

ରାଜ୍ୟରେ ଆଉ ୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

ରାଜ୍ୟରେ ଆଉ  ୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୮୦୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତ ଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ବରରୁ ୫୯ ବର୍ଷୀୟ ବ୍ୟକ୍ତି, ଖୋର୍ଦ୍ଧାରୁ ୬୪ ବର୍ଷୀୟ ବ୍ୟକ୍ତି, ମୟୂରଭଞ୍ଜରୁ ୫୮ ବର୍ଷୀୟ ବ୍ୟକ୍ତି ଓ ୬୮ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବାବେଳେ ସୁନ୍ଦରଗଡରୁ ୫୯ ବର୍ଷୀୟ ପୁରୁଷଙ୍କ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।