ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଉ ଏକ ମୁଣ୍ଡ ନେଲା କରୋନା
ଭୁବନନେଶ୍ୱର: କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନା ମୃତୁ୍ୟ ଆରମ୍ଭ ହୋଇଛି । ରାଜ୍ୟରେ ପୁଣି ଜଣେ କରୋନାରେ ମୃତୁ୍ୟବରଣ କରିଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନାଜନିତ ମୃତୁ୍ୟ ସଂଖ୍ୟା ୧୯୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ପ୍ରକାଶ । ପ୍ରକାଶ ଯେ, ୨୪ ଘଣ୍ଟା ରାଜ୍ୟରେ ୧୮ଟି ଜିଲ୍ଲାରୁ ୮୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୩୭ ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୬ ହଜାର ୨୬୨କୁ ବଢ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୩୬ ହଜାର ୨୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭୪୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୩ ହଜାର ୫୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।