ରାଜ୍ୟରେ ଆଉ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ।

ରାଜ୍ୟରେ ଆଉ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ।

ରାଜ୍ୟରେ ଆଉ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ।
କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ନିଜାମୁଦ୍ଧିନ, ତା’ପରେ ପଶ୍ଚିମବଙ୍ଗ ଓ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢାଛନ୍ତି । ଆଜି ରାଜ୍ୟରେ ଆଉ ୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୬ଟି ଜିଲ୍ଲାରେ ମୋଟ ୧୦୩ ଜଣ ଚିହ୍ନଟ ହୋଇଥିବାବେଳେ ଗୋଟିଏ ଦିନରେ ଏହା ସର୍ବାଧିକ । ୧୦୩ଜଣଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନ କେନ୍ଦ୍ର ଥିଲେ । ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେନ୍ଦ୍ରପଡ଼ା ୧୫, ଜଗତସିଂହପୁର ୧୦, ମାଲକାନଗିରି ୯, ଭଦ୍ରକ ଓ ବଲାଙ୍ଗିରରେ ୮ ଲେଖାଏଁ, କୋରାପୁଟ ଓ ଗଜପତିରେ ୬ ଜଣ ଲେଖାଏଁ, ଖୋର୍ଦ୍ଧା ଓ ବାଲେଶ୍ୱରରେ ୫ ଲେଖାଏଁ, ଗଞ୍ଜାମରେ ୪, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ଢେଙ୍କାନାଳରେ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୮କୁ ବୃଦ୍ଧି ପାଇଛି । ମୋଟ ଆକ୍ଟିଭ କେସ ୮୮୧ ଥିବାବେଳେ ୫୫୦ ଜଣ ସୁସ୍ଥ ହୋଇଥିବା ଜଣାଯାଇଛି । ଅନ୍ୟପକ୍ଷରେ କରୋନାରେ ବର୍ତ୍ତମାନ ସୁଦ୍ଧା ୭ ଜଣଙ୍କ ମୃତୁ୍ୟ ହୋଇଛି ।