ରାଜ୍ୟରେ ଆଉ ୧୧ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଉ ୧୧ ମୁଣ୍ଡ ନେଲା କରୋନା

ରାଜ୍ୟରେ ଆଉ ୧୧ ମୁଣ୍ଡ ନେଲା କରୋନା
ରାଜ୍ୟରେ ଆଉ ୧୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । କଟକରୁ ସର୍ବାଧିକ ୩ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବରରୁ ୨ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ବଲାଙ୍ଗିର, କନ୍ଧମାଳ, ଯାଜପୁର, କେଉଁଝର, ନୟାଗଡ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କଟକରୁ ସର୍ବାଧିକ ତିନି ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୬୬ବର୍ଷୀୟ ମହିଳା ଥିବାବେଳେ ଅନ୍ୟ ଦୁଇ ପୁରୁଷ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୮୮, ୪୫ ବର୍ଷ ବୋଲି ସୂଚନା ରହିଛି । ସେହିପରି ଭୁବନେଶ୍ବରରୁ ଦୁଇ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୩୦ ବର୍ଷୀୟ ଯୁବକ ଥିବାବେଳେ ଅନ୍ୟ ଜଣେ ୮୨ ବର୍ଷୀୟ ବ୍ୟକ୍ତି । ବଲାଙ୍ଗିରରୁ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ବୟସ ୭୦ ବର୍ଷ ହୋଇଥିବାବେଳେ ଯାଜପୁରରୁ ୪୮ ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କେଉଁଝରରୁ ୭୫ ବର୍ଷୀୟ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାବେଳେ କନ୍ଧମାଳରୁ ୬୪ ବର୍ଷୀୟ ମହିଳାଙ୍କର ମୃତ୍ୟୁ ହୋଇଛି । ସେହିପରି ନୟାଗଡରୁ ୫୬ ବର୍ଷୀୟ ଆକ୍ରାନ୍ତ ଓ ରାୟଗଡାରୁ ୬୩ ବର୍ଷୀୟ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ହୋଇଛି ।