ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଆଉ ୨୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୧୮୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । ଚିହ୍ନଟ ହୋଇଥିବା ୨୧୮ ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୭ ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪୯ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯ ଜଣ, ଭଦ୍ରକ ଜିଲ୍ଲାରୁ ୨୫ ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୨ ଜଣ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ଯାଜପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୦ ଜଣ, ଗଜପତି ଜିଲ୍ଲାରୁ ୨୭ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୧୧ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ସମ୍ବଲପୁର ଜିଲ୍ଲାରୁ ୨ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ବାଲେଶ୍ବର ଜିଲ୍ଲାରୁ ୭ ଜଣ ଏବଂ ଅମ୍ଫାନ୍ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଫେରିଥିବା ୭ ଜଣ ଏନଡିଆରଏଫ କର୍ମଚାରୀ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୧୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୬୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪୨୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।