ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଆଉ ୨୫୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୩୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୮ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ୨୫୧ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ , ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ ଜିଲ୍ଲାରୁ ୧୨ଜଣ, ବଲଙ୍ଗୀର ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୨ଜଣ, ଦେଓଗଡ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୦୨ଜଣ, ଝାରସୁଗୁଡା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, ମାଲକାନଗିରିରୁ ୧୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନୟାଗଡ ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭ଜଣ, ଯାଜପୁର ଜିଲ୍ଲାରୁ ଜଣେ ହୋଇଥିବା ବେଳେ ପଶ୍ଚିମବଙ୍ଗ ଯାଇଥିବା ଏନ୍ଡିଆର୍ଏଫ୍ ଏବଂ ଓଡ୍ରାଫ ବାହିନୀର ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।