ରାଜ୍ୟରେ ଆଉ ୫୩ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୫୩ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୫୩ କରୋନା ଆକ୍ରାନ୍ତ ସୁସ୍ଥ
କରୋନା ପାଇଁ ଓଡ଼ିଶାରେ ଏବେ ଭୟର ବାତାବରଣ ସୃଷ୍ଟି ହୋଇଛି । କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ସତ୍ତ୍ୱେ ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ଧୀରେ ଧୀରେ ବୃଦ୍ଧି ପାଉଛି । ରାଜ୍ୟରେ ହୁ ହୁ ହୋଇ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରଥମେ ନିଜାମୁଦ୍ଧିନ, ତା’ପରେ ପଶ୍ଚିମବଙ୍ଗ ଓ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢାଛନ୍ତି । ତେବେ ଏହା ଭିତରେ ଏକ ଭଲ ଖବର ଆସିଛି । ତାହା ହେଲେ ଆଜି ପୁଣି ରାଜ୍ୟରେ ୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ୩୦, ଯାଜପୁରରୁ ୧୮, ଖୋର୍ଦ୍ଧାରୁ ୩ ଓ କେନ୍ଦୁଝରରୁ ୨ ଜଣ ସୁସ୍ଥ ହୋଇଛନ୍ତି । ଏଯାବତ ଓଡ଼ିଶାରେ ୫୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।