ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୮୦

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୮୦

ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା : ମୃତ୍ୟୁ ସଂଖ୍ୟା ୩୮୦
ଭୁବନେଶ୍ୱର : ରାଜ୍ୟରେ ଆଉ ୮ ମୁଣ୍ଡ ନେଲା କରୋନା । ୮ ଜଣଙ୍କ ମୃତ୍ୟୁ ସହିତ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୮୦ରେ ପହଞ୍ଚିଛି । ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ କଟକ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୮୦କୁ ବୃଦ୍ଧି ହୋଇଛି । ଗଞ୍ଜାମ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୬ରେ ପହଞ୍ଚିଥିବାବେଳେ ଖୋର୍ଦ୍ଧାରେ ଏହି ସଂଖ୍ୟା ୫୨କୁ ବୃଦ୍ଧି ହୋଇଥିବାବେଳେ କଟକରେ ୧୯, ପୁରୀରେ ୧୦ ଓ ଢେଙ୍କାନାଳରେ ୨ ଜଣ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ।