ରାଜ୍ୟରେ ଆଜି ୨ ସଂକ୍ରମିତଙ୍କ ମୃତ୍ୟୁ
ରାଜ୍ୟରେ ଆଜି ୨ ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର: ଆଜି ରାଜ୍ୟରେ ୧୦ହଜାର ୮୫୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଉ ୨ଜଣ କରୋନାରେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକମାନେ ପୁରୀ ଓ ଜଗତସିଂହପୁର ଜିଲ୍ଲାର ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ହଜାର ୪୭୮କୁ ବୃଦ୍ଧି ପାଇଛି ।
ଆଜି କରୋନାରୁ ସୁସ୍ଥ ହୋଇଛନ୍ତିି ୨୨୧୬ଜଣ । ଏହାକୁ ମିଶାଇ ଏବେ ସୁଦ୍ଧା ୧୦ ଲକ୍ଷ ୫୨ହଜାର ୩୯୫ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଏବେ ବି ୬୧ହଜାର ୮୦୯ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।
ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୫୦୦ପାର୍ କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୧୦ହଜାର ୮୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୨୯୩ଜଣ ରହିଥିବାବେଳେ ୪୫୬୩ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୦୨୧ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।