ରାଜ୍ୟରେ ଆଜି ୨୧୦ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୨୧୦ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୨୧୦ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱରେ : ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟର କରୋନା ଗ୍ରାଫ୍ ଉପର ମୁହାଁରେ ଚାଲିଛି । କରେନା ଲେଉଟାଣି କୋପ ଭୟଙ୍କର ହେଲାଣୀ । ଦିନକୁ ଦିନ କରୋନା ମାଡି ମାଡି ଚାଲିଛି । ଦିନକରେ ୨୧୦ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ପଜିଟିଭ ସଂଖ୍ୟା ଡରାଉଥିବା ବେଳେ ବି୍ରଟେନ୍ ଷ୍ଟ୍ରେନ୍ ଓଡିଶା ଆସି ସାରିଛି । ମାଲକାନଗିରି ପରେ ନବରଙ୍ଗପୁରରେ ନାଇଟ କର୍ଫୁ୍ୟ ଲାଗି ସାରିଛି । ୨୧୦ ମଧ୍ୟରୁ କ୍ୱାରେଂଟିନରୁ ୧୨୪, ଲୋକାଲ କେସରୁ ୮୬ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି । ସେହିପରି ନୂଆପଡାରୁ ୨୩, କଟକରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବଲାଙ୍ଗିର, କଳାହାଣ୍ଡି , ସୁନ୍ଦରଗଡ, ଷ୍ଟେଟ ପୁଲରୁ ୧୨ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସମ୍ବଲପୁରରୁ ୧୧ , ମୟୂରଭଞ୍ଜ , ଯାଜପୁର ଓ ବରଗଡରୁ ୮ ଲେଖାଏଁ ଚିହ୍ନଟ ହୋଇଛନ୍ତି ।