ରାଜ୍ୟରେ ଆଜି ୨୯୭ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୨୯୭ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୨୯୭ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱରେ : ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟର କରୋନା ଗ୍ରାଫ୍ ଉପର ମୁହାଁରେ ଚାଲିଛି । କରୋନା ଲେଉଟାଣି କୋପ ଭୟଙ୍କର ହେଲାଣୀ । ଦିନକୁ ଦିନ କରୋନା ମାଡି ମାଡି ଚାଲିଛି । ଦିନକରେ ୨୯୭ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ପଜିଟିଭ ସଂଖ୍ୟା ଡରାଉଥିବା ବେଳେ ବି୍ରଟେନ୍ ଷ୍ଟ୍ରେନ୍ ଓଡିଶା ଆସି ସାରିଛି । ୨୯୭ ମଧ୍ୟରୁ କ୍ୱାରେଂଟିନରୁ ୧୭୪, ଲୋକାଲ କେସରୁ ୧୨୩ ଚିହ୍ନଟ ହୋଇଛନ୍ତି । କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି । ସେହିପରି ସୁନ୍ଦରଗଡ-୩୮, ଖୋର୍ଦ୍ଧା-୩୩, ନୂଆପଡା-୩୧ , ବରଗଡ- ୧୮, ସମ୍ବଲପୁର ଓ କଟକରୁ ୧୭ ଲେଖାଏଁ . କେନ୍ଦୁଝରରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୪୦ ହଜାର ୯୧୭ କୁ ବୃଦ୍ଧି ପାଇଛି । ରାଜ୍ୟରେ ସକ୍ରିୟ ରୋଗୀ ସଂଖ୍ୟା ୨୦୧୩ ଉପରେ ରହିଛି । ସେହିପରି ରାଜ୍ୟରୁ ୩ ଲକ୍ଷ ୩୬ ହଜାର ୯୩୦ ଆକ୍ରାନ୍ତ ସୁସ୍ଥ ହେଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।