ରାଜ୍ୟରେ ଆଜି ୩୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ରାଜ୍ୟରେ ଆଜି ୩୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
admin
Dec 9, 2020 - 07:20
Updated: Dec 9, 2020 - 07:20
ଭୁବନେଶ୍ବର: ରାଜ୍ୟରେ ଆଜି ୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୨୩ ଜଣ ଚିହ୍ନଟ ହୋଇଥିବାବେଳେ ୧୬୩ ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ହଜାର ୨୯୯କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୬ ହଜାର ୯୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୪୮୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୭୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍ ୩୮୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୦ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ ଜଣ, ବରଗଡ଼ ଜିଲ୍ଲାରୁ ୨୦ ଜଣ, ଭଦ୍ରକ ଜିଲ୍ଲାରୁ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ ଜଣ, ବୌଦ୍ଧରୁ ୪ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଦେବଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ 5 ଜଣ, ମୟୁରଭଞ୍ଜ ଜିଲ୍ଲାରୁ 31 ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ରୁ ୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ଏବଂ ଷ୍ଟେଟ ପୁଲ୍ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।