ରାଜ୍ୟରେ ଆଜି ୪୬୧ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୪୬୧ ନୂଆ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୪୬୧ ନୂଆ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱରେ : ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟର କରୋନା ଗ୍ରାଫ୍ ଉପର ମୁହାଁରେ ଚାଲିଛି । କରୋନା ଲେଉଟାଣି କୋପ ଭୟଙ୍କର ହେଲାଣୀ । ଦିନକୁ ଦିନ କରୋନା ମାଡି ମାଡି ଚାଲିଛି । ଦିନକରେ ୪୬୧ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ପଜିଟିଭ ସଂଖ୍ୟା ଡରାଉଥିବା ବେଳେ ବି୍ରଟେନ୍ ଷ୍ଟ୍ରେନ୍ ଓଡିଶା ଆସି ସାରିଛି । ନୂଆପଡା ଜିଲ୍ଲାରୁ ସର୍ବାଧିକ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହେଇଛନ୍ତି । ସେହିପରି ଖୋର୍ଦ୍ଧା-୬୯, କଳାହାଣ୍ଡି-୩୬, ସୁନ୍ଦରଗଡ-୬୨,ବରଗଡ-୩୨ ,କଟକ-୨୨, ଅନୁଗୁଳ-୨୭ , ସମ୍ବଳପୁର ଓ ବାଲେଶ୍ୱରରୁ ୧୬ ଲେଖାଏଁ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଝାରସୁଗୁଡା-୧୩,ନବରଙ୍ଗପୁର ଓ ପୁରୀରୁ -୯, ଷ୍ଟେଟପୁଲ-୧୫, ଯାଜପୁର-୮, ରାୟଗଡା-୭ , ଗଞ୍ଜାମ ଓ ଭଦ୍ରକରୁ ୫ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୪୧ ହଜାର ୭୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮୩୭ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩ ଲକ୍ଷ ୩୭ ହଜାର ୨୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୨୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।