ରାଜ୍ୟରେ ଆଜି ୪୬୭ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ଆଜି ୪୬୭ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୬୭ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୬ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୨୭୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୧୯୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୭୫୨୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୪୩ ଜଣ,କଟକରୁ ୩୬ ଜଣ, ବାଲେଶ୍ବରରୁ ୧୬ ଜଣ, ସମ୍ବଲପୁରରୁ ୧୪ ଜଣ, ଜଗତସିଂହପୁର ଓ ରାୟଗଡ଼ା ଜିଲ୍ଲାରୁ ୧୩ ଜଣ ଲେଖାଏଁ, ମୟୂରଭଞ୍ଜରୁ ୧୦ ଜଣ, କେନ୍ଦ୍ରାପଡ଼ା ୯ ଜଣ, ଯାଜପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ଭଦ୍ରକ ଓ ନୟାଗଡ଼ ଜିଲ୍ଲାରୁ ୬ ଜଣ ଲେଖାଏଁ, ପୁରୀରୁ ୫ ଜଣ, ଅନୁଗୁଳ ଓ ଢ଼େଙ୍କାନାଳ ଜିଲ୍ଲାରୁ ୪ ଜଣ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୨ ଜଣ ଲେଖାଏଁ, ବରଗଡ଼,ବଲାଙ୍ଗୀର, ନବରଙ୍ଗପୁର ଓ ସେନପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେ୍ଟ୍ ପୋଲ୍ରୁ ୫୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୭୫୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୪୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୪୪୨୨ ଜଣ ସୁସ୍ଥ ହୋଇଛନ୍ତି ।




admin 