ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
admin
Nov 29, 2020 - 07:24
Updated: Nov 29, 2020 - 07:24
ଭୁବନେଶ୍ବର: ରାଜ୍ୟରେ ଆଜି ୫୧୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୨୯୭ ଜଣ ଚିହ୍ନଟ ହୋଇଥିବାବେଳେ ୨୨୧ଟି ଲୋକାଲ କେସ୍ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୮ହଜାର୩୦୭କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୦ହଜାର ୫୪୯ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୫ ହଜାର ୯୭୧ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୩୦ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।
ଆଜି ରାଜ୍ୟର ୨୭ଟି ଜିଲ୍ଲାରୁ ମୋଟ୍ ୫୧୮ଜଣ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡରୁ ସର୍ବାଧିକ ୫୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୩୬, ବାଲେଶ୍ଵରରୁ ୨୬, ବରଗଡରୁ ୨୪, ଭଦ୍ରକରୁ ୬, ବଲାଙ୍ଗିରରୁ ୩୭, କଟକରୁ ୪୫, ଦେବଗଡରୁ ୧, ଢେଙ୍କାନାଳରୁ ୮, ଗଞ୍ଜାମରୁ ୧୦, ଜଗତସିଂହପୁରରୁ ୧୬, ଯାଜପୁରରୁ ୧୮, ଝାରସୁଗୁଡାରୁ ୧୬, କଳାହାଣ୍ଡିରୁ ୬, କନ୍ଧମାଳରୁ ୪, କେନ୍ଦ୍ରାପଡାରୁ ୧୭, କେଉଁଝରରୁ ୨୫, ଖୋରଧାରୁ ୪୦, କୋରାପୁଟରୁ ୯, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୪୯, ନବରଙ୍ଗପୁରରୁ ୧, ନୂଆପଡାରୁ ୨୩, ପୁରୀରୁ ୧୫, ରାୟଗଡାରୁ ୧, ସମ୍ବଲପୁରରୁ ୧୭, ସୋନପୁରରୁ ୪, ସୁନ୍ଦରଗଡରୁ ୫୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍ପୁଲ୍ରୁ ୮ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।