ରାଜ୍ୟରେ ଆଜି ୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ରାଜ୍ୟରେ ଆଜି ୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ରାଜ୍ୟରେ ଆଜି ୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ
ଭୁବନେଶ୍ବର: ରାଜ୍ୟରେ ଆଜି ୬୪୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୩୬୯ ଜଣ ଚିହ୍ନଟ ହୋଇଥିବାବେଳେ ୨୭୫ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୬ହଜାର୬୪୫କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୮ହଜାର ୧୦୨ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୬ ହଜାର ୭୮୬ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୦୪ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି। ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୬୪୪ ଜଣ ଚିହ୍ନଟ ହୋଇଛନ୍ତି। କଟକରୁ ସର୍ବାଧିକ ୬୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୫୦, ବାଲେଶ୍ଵରରୁ ୧୧, ବରଗଡରୁ ୧୯, ଭଦ୍ରକରୁ ୧୧, ବଲାଙ୍ଗିରରୁ ୩୨, ବୌଦ୍ଧରୁ ୨, ଦେବଗଡରୁ ୨, ଢେଙ୍କାନାଳରୁ ୫, ଗଜପତିରୁ ୨, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୨୬, ଯାଜପୁରରୁ ୧୭, ଝାରସୁଗୁଡାରୁ ୨୧, କଳାହାଣ୍ଡିରୁ ୩୫, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୨୭, କେଉଁଝରରୁ ୪୨, ଖୋରଧାରୁ ୪୯, କୋରାପୁଟରୁ ୧୦, ମାଲକାନଗିରିରୁ ୪, ମୟୂରଭଞ୍ଜରୁ ୩୬, ନବରଙ୍ଗପୁରରୁ ୧୧, ନୟାଗଡରୁ ୪, ନୂଆପଡାରୁ ୩୬, ପୁରୀରୁ ୧୬, ରାୟଗଡାରୁ ୪, ସମ୍ବଲପୁରରୁ ୧୫, ସୋନପୁରରୁ ୨, ସୁନ୍ଦରଗଡରୁ ୬୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୦ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।