ରାଜ୍ୟରେ ଉପର ତଳ ହେଉଛି କରୋନା, ଆଜି ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପର ତଳ ହେଉଛି କରୋନା, ଆଜି ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପର ତଳ ହେଉଛି କରୋନା, ଆଜି   ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ଦୈନିକ କରୋନା ଗ୍ରାଫ୍ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୯୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୭ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୮୮୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୮୮୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୭୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୧୮୦୬୨ ଜଣ ସୁସ୍ଥ ହୋଇଛନ୍ତି ।