ରାଜ୍ୟରେ କମିଛି ବର୍ଷାର ପରିମାଣ
ରାଜ୍ୟରେ କମିଛି ବର୍ଷାର ପରିମାଣ
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଦୁର୍ବଳ ହୋଇଛି । ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ କମିଛି । ତେବେ ଲଘୁଚାପ ସହ ଜଡ଼ିତ ଘୂର୍ଣ୍ଣିବଳୟ ଆନ୍ଧ୍ର ଉପକୂଳରେ ସକ୍ରିୟ ରହିଛି । ଏହା ସହ ମୌସୁମୀ ନିମ୍ନ ଚାପରେଖା ମଧ୍ୟ ସକ୍ରିୟ ରହିଛି । ଦୁଇ ପ୍ରକାର ପାଣିପାଗ ନିୟାମକ ପ୍ରଭାବରେ ଆସନ୍ତାକାଲି ପର୍ୟ୍ୟନ୍ତ ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଉତ୍ତର, ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଆଜି ପ୍ରବଳ ବର୍ଷା ନେଇ ୧୬ଟି ଜିଲ୍ଳାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗଞ୍ଜାମ, ଗଜପତି ଏବଂ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । କାଲିଠୁ ବର୍ଷାର ବିସ୍ତୃତି ସହ ପରିମାଣ କମିବାର ସମ୍ଭାବନା ରହିଛି ।




admin 