ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୫,୯୦୧ ସଂକ୍ରମିତ ଚିହ୍ନଟ
ରାଜ୍ୟରେ କମୁଛି ସଂକ୍ରମଣ, ୨୪ ଘଣ୍ଟାରେ ୫,୯୦୧ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତକାଲି ରାଜ୍ୟରେ ୭ହଜାର ଉପରେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ହଜାର ୯୦୧କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୩୪୧୯ଜଣ ରହିଥିବାବେଳେ ୨୪୮୨ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୭୩୯ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି ।
ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ଲକ୍ଷ ୩୧ହଜାର ୧୬୯କୁ ବୃଦ୍ଧି ପାଇଛି ।




admin 