ରାଜ୍ୟରେ କରୋନାରେ ଗଲା ଅଉଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ।

ରାଜ୍ୟରେ କରୋନାରେ ଗଲା ଅଉଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ।

ରାଜ୍ୟରେ କରୋନାରେ ଗଲା ଅଉଜଣଙ୍କ ଜୀବନ, ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ।
ରାଜ୍ୟରେ କରୋନାରେ ଗଲା ଅଉଜଣଙ୍କ ଜୀବନ । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ପର୍ୟ୍ୟନ୍ତ ୧୦ ଜଣଙ୍କ ଜୀବନ ଗଲାଣି । ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି । ତେବେ ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ବୋଲି ଜଣାପଡିଛି । ତାଙ୍କ ବୟସ ୫୫ ବର୍ଷ । ତାଙ୍କର କୋଭିଡ୍-୧୯ ପଜିଟିଭ ଚିହ୍ନଟ ହେବା ପରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଶ୍ଵାସକ୍ରିୟାରେ ସମସ୍ୟା ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । । ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି ପାଇଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୧୧୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୯୮ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।