ରାଜ୍ୟରେ ୧୨୧୬ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୧୨୧୬ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୧୨୧୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଧୀରେଧୀରେ କରୋନା ଗ୍ରାଫ ଉପର ମୁହାଁ ହେବାରେ ଲାଗିଛି । ଗତ କିଛି ଦିନ ତଳେ କରୋନା ସଂକ୍ରମଣ ହାର ସାମାନ୍ୟ ହ୍ରାସ ପରିଲକ୍ଷିତ ହେଉଥିବାବେଳେ ବର୍ତ୍ତମାନ ସଂକ୍ରମଣ ବଢିବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୧୦୦୦ପାର୍ କରିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଆଜି ରାଜ୍ୟରେ ୧୨୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୭୧୦ଜଣ ରହିଥିବାବେଳେ ୫୦୬ଜଣ ସ୍ଥାନୀୟ ସଂକ୍ରମଣ ରହିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୧୮ବର୍ଷରୁ କମ୍ ୧୮୭ଜଣ ଛୁଆ ଅଛନ୍ତି । ଯାହା ଚିନ୍ତାର କାରଣ ପାଲଟିଛି । 

ବର୍ତ୍ତମାନ ସୁଦ୍ଧା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୭ହଜାର ୮୭୬କୁ ବୃଦ୍ଧି ପାଇଛି ।