ରାଜ୍ୟରେ ୧୫୫ କରୋନା ପଜିଟିଭ୍

ରାଜ୍ୟରେ ୧୫୫ କରୋନା ପଜିଟିଭ୍

ରାଜ୍ୟରେ ୧୫୫ କରୋନା ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫ କରୋନା ପଜିଟିଭ୍ ଚିହ୍ନଟ । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬ ଜଣ ସଂକ୍ରମିତ ରହିଛନ୍ତି ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୯୭୫୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୭ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୯ ଜଣ, କଟକରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ପୁରୀରୁ ୯ ଜଣ, ବାଲେଶ୍ବରରୁ ୮ ଜଣ, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାରୁ ୪ ଜଣ ଲେଖାଁଏ, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ଢ଼େଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ମାଲକାନଗିରି, ମୟୂରଭଞ୍ଜ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୭ ଜଣ ସଂକ୍ରମିତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୯୭୫୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୨୯ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୮୪୯ ଜଣ ସୁସ୍ଥ ହୋଇଛନ୍ତି ।