ରାଜ୍ୟରେ ୨୪ ଘଣ୍ଟାରେ ୧୦୪ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୦୪ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୦୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୧୦୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।  ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୪ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୪୫୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୨୧ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସମ୍ବଲପୁରରୁ ୧୬ ଜଣ, ବାଲେଶ୍ବରରୁ ୧୫ ଜଣ, ଗଜପତିରୁ ୧୩ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ଖୋର୍ଦ୍ଧାରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, ବଲାଙ୍ଗୀରରୁ ୫ ଜଣ, ଜଗତସିଂହପୁର,କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଁଏ, କଟକ, ଯାଜପୁର, ଝାରସୁଗୁଡ଼ା ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବୌଦ୍ଧ, ଦେବଗଡ଼, କଳାହାଣ୍ଡି, କନ୍ଧମାଳ,ନୟାଗଡ଼ା,ରାୟଗଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ ପୁଲ୍ରୁ ୨ ଜଣ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୬୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୬୨୮୫ ଜଣ ସୁସ୍ଥ ହୋଇଛନ୍ତି ।