ରାଜ୍ୟରେ ୨୪ ଘଣ୍ଟାରେ ୧୪ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୪ ସଂକ୍ରମିତ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୧୪ ସଂକ୍ରମିତ ଚିହ୍ନଟ

ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ୦୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୦୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୧୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଗଜପତିରୁ ୩ ଜଣ, ବଲାଙ୍ଗୀର, କନ୍ଧମାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଁଏ, ବରଗଡ଼, ଦେବଗଡ଼, ଯାଜପୁର, ନୂଆପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୩୯ଜଣ ସୁସ୍ଥ ହୋଇଛନ୍ତି ।