ରାଜ୍ୟରେ ୨୪ ଘଣ୍ଟାରେ ୨୩୯ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୨୩୯ କରୋନା ପଜିଟିଭ୍‌ ଚିହ୍ନଟ

ରାଜ୍ୟରେ ୨୪ ଘଣ୍ଟାରେ ୨୩୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୦ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୯୯ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୩୭ ଜଣ ରହିଛନ୍ତି । 

ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ବାହାରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨୩ଜଣ, ବାଲେଶ୍ୱରରୁ ୭, ବରଗଡରୁ ୧, ଭଦ୍ରକରୁ ୨, କଟକ ଜିଲ୍ଲାରୁ  ୨୪ଜଣ, ଦେବାଗଡରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଜଗତସିଂହପୁର ଜିଲ୍ଲାରୁ ୧, ଯାଜପୁର ଜିଲ୍ଲାରୁ ୭ଜଣ, କନ୍ଧମାଳରୁ ୧, କେନ୍ଦ୍ରାପଡାରୁ ୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୧୩, ନୟାଗଡରୁ ୧, ପୁରୀରୁ ୩, ସମ୍ବଲପୁରରୁ ୬, ସୁନ୍ଦରଗଡରୁ ୯ଜଣ ଓ ରାଜ୍ୟପୁଲରୁ ୨୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪୬ହଜାର ୭୯୮ କୁ ବୃଦ୍ଧି ପାଇଛି ।