ରାଜ୍ୟରେ ୨୪ ଘଣ୍ଟାରେ ୩ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୨୪ ଘଣ୍ଟାରେ ୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୦୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୪୨୨ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରେ ବାଲେଶ୍ବର, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୪୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୧୯୧ ଜଣ ସୁସ୍ଥ ହୋଇଛନ୍ତି ।




admin 