ରାଜ୍ୟରେ ୨୪ ଘଣ୍ଟାରେ ୪୦ କରୋନା ସଂକ୍ରମିତ ଚିହ୍ନଟ
ରାଜ୍ୟରେ ୨୪ ଘଣ୍ଟାରେ ୪୦ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୦୨ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣ କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
୮ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳରୁ ୨୨ ଜଣ, ସମ୍ବଲପୁରରୁ ୫ ଜଣ, ଖୋର୍ଦ୍ଧା ଓ ମୟୂଭଞ୍ଜରୁ ୩ ଜଣ ଲେଖାଁଏ, ଝାରସୁଗୁଡ଼ା, ଯାଜପୁର ଓ ଗଜପତି ଜିଲ୍ଲାରୁ ୨ ଜଣ ଲେଖାଁଏ ଏବଂ ବାଲେଶ୍ବର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୭୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୧୬୨ ଜଣ ସୁସ୍ଥ ହୋଇଛନ୍ତି ।




admin 